ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କର ପରଲୋକ ଘଟିଛି। ଆଜି ସକାଳ ୬ଟା ୫୯ ମିନିଟ୍ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଥିବା ନେଇ ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।ମିଳିଥିବା ସୂଚନା ଅନୁଯାୟୀ, ଗତ ପ୍ରାୟ ୧୫ ଦିନତଳେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା ଓ ଚିକିତ୍ସା କରାଯାଉଥିଲା ।

୧୯୪୨ ମସିହା ଡିସେମ୍ବର ୧୬ ତାରିଖରେ ଜନ୍ମଗ୍ରହଣ କରିଥିବା ଶ୍ରୀ ଅଲ୍ଲୀ କଂଗ୍ରେସ ଟିକେଟରେ ୪ଥର କଟକ ଜିଲ୍ଲାର ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପ୍ରତ୍ୟେକ ଥର ତାଙ୍କୁ ମନ୍ତ୍ରୀମଣ୍ଡଳରେ ସ୍ଥାନ ମିଳିଥିଲା। ସେ ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା ଭଳି ଅଧିକାଂଶ ଗୁରୁତ୍ତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ।

ସେ ଜଣେ ସାହିତ୍ୟିକ ଓ ସଂସ୍କୃତିପ୍ରେମୀ ବ୍ୟକ୍ତି ଭାବେ ବେଶ୍ ଜଣାଶୁଣା ଥିଲେ। ଗଣକବି ବୈଷ୍ଣବ ପାଣିଙ୍କ କୃତିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ବିୟୋଗରେ ରାଜନୈତିକ ଏବଂ ସାଂସ୍କୃତିକ ମହଲରେ ଶୋକର ଛାୟା ଖେଳିଯାଇଛି।ଶ୍ରୀ ଅଲ୍ଲୀଙ୍କ ବିୟୋଗରେ ଅଧ୍ୟାପକ ଅଶ୍ୱିନୀ ପଟ୍ଟନାୟକ, ଡ଼ ବିଜୟ ସିଂ, ଡ଼ ଗୋବିନ୍ଦ ଭୂୟାଁ ପ୍ରମୁଖ ଶ୍ରୀ ଅଲୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି 

Leave a Reply

Your email address will not be published. Required fields are marked *