ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ । ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜିଏସଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲକୁ କ୍ୟାବିନେଟ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି । ଏହା ସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ୱାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *